Skip to content
BibleKenya

Indian Revised Version(IRV) Odia - 2021

ଆଦି ପୁସ୍ତକ 10

ନୋହଙ୍କ ବଂଶାବଳୀ

ଶେମ, ହାମ, ଯେଫତ୍‍ ନାମକ ନୋହଙ୍କର ପୁତ୍ରମାନଙ୍କ ବଂଶାବଳୀ ଏହି। ଜଳପ୍ଳାବନ ପରେ ସେମାନଙ୍କର ଏହି ସମସ୍ତ ସନ୍ତାନ ଜନ୍ମିଥିଲେ।

ଗୋମର, ମାଗୋଗ୍‍, ମାଦୟ, ଯବନ, ତୁବଲ୍‍, ମେଶକ୍‍ ଓ ତୀରସ୍‍, ଏମାନେ ଯେଫତ୍‍ର ସନ୍ତାନ। ଅସ୍କିନସ୍‍ ଓ ରୀଫତ୍‍ ଓ ତୋଗର୍ମା, ଏମାନେ ଗୋମରର ସନ୍ତାନ। ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ। ଏମାନଙ୍କଠାରୁ ଅନ୍ୟଦେଶୀୟମାନଙ୍କର ଦ୍ୱୀପନିବାସୀଗଣ ଆପଣାମାନଙ୍କ ଦେଶବିଦେଶରେ ସ୍ୱ ସ୍ୱ ଭାଷାନୁସାରେ ବ୍ୟାପ୍ତ ହୋଇ ଆପଣା ଆପଣା ବଂଶ ଓ ଗୋଷ୍ଠୀ ଅନୁସାରେ ବିଭକ୍ତ ହେଲେ।

କୂଶ, ମିସର, ପୂଟ୍‍ ଓ କିଣାନ, ଏମାନେ ହାମର ସନ୍ତାନ। ସବା, ହବୀଲା, ସପ୍ତା, ରୟମା ଓ ସପ୍ତକା, ଏମାନେ କୂଶର ସନ୍ତାନ। ଶିବା ଓ ଦଦାନ, ଏମାନେ ରୟମାର ସନ୍ତାନ।

ନିମ୍ରୋଦ୍‍ କୂଶର ପୁତ୍ର; ସେ ପୃଥିବୀ ମଧ୍ୟରେ ପରାକ୍ରମୀ ହେବାକୁ ଲାଗିଲା। ସେ ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ହେଲା; ଏଣୁ ଲୋକମାନେ ଏପର୍ଯ୍ୟନ୍ତ ଏହି ଦୃଷ୍ଟାନ୍ତ କହନ୍ତି, “ସଦାପ୍ରଭୁଙ୍କ ସାକ୍ଷାତରେ ପରାକ୍ରାନ୍ତ ବ୍ୟାଧ ନିମ୍ରୋଦ୍‍ ତୁଲ୍ୟ।” ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍‍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।

ସେହି ଦେଶରୁ ଅଶୂର ନିର୍ଗତ ହୋଇ ନୀନିବୀ ଓ ରହୋବୋତ୍‍-ପୁରୀ ଓ କେଲହ, ପୁଣି, ନୀନିବୀ ଓ କେଲହର ମଧ୍ୟସ୍ଥିତ ରେଷନ୍‍ ନଗର ସ୍ଥାପନ କଲା; ଏହି ରେଷନ୍‍ ମହାନଗର।

ପୁଣି, ଲୁଦୀୟ ଓ ଅନାମୀୟ ଓ ଲହାବୀୟ ଓ ନପ୍ତୂହୀୟ ଓ ପଥ୍ରୋଷୀୟ ଓ ପଲେଷ୍ଟୀୟମାନଙ୍କ ଆଦିପୁରୁଷ କସ୍ଲୁହୀୟ ଓ କପ୍ତୋରୀୟ, ଏମାନେ ମିସରର ସନ୍ତାନ।

ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍ ଓ ଯିବୂଷୀୟ ଓ ଇମୋରୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଅର୍କୀୟ ଓ ସିନୀୟ ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଏଥିଉତ୍ତାରେ କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ।

ତହିଁରେ ସୀଦୋନଠାରୁ ଗରାର ଦିଗକୁ ଘସା ପର୍ଯ୍ୟନ୍ତ, ପୁଣି, ସଦୋମ ଓ ହମୋରା ଓ ଅଦ୍ମା ଓ ସବୋୟୀମ ଦିଗରେ ଲେଶା ପର୍ଯ୍ୟନ୍ତ କିଣାନୀୟମାନଙ୍କ (ବସତିର) ସୀମା ଥିଲା। ଆପଣା ଆପଣା ଦେଶ ଓ ଗୋଷ୍ଠୀରେ ସେମାନଙ୍କ ବଂଶ ଓ ଭାଷାନୁସାରେ ଏସମସ୍ତେ ହାମର ସନ୍ତାନ।

ଯେଫତ୍‍ର ଜ୍ୟେଷ୍ଠ ଭ୍ରାତା ଶେମର ମଧ୍ୟ ସନ୍ତାନସନ୍ତତି ଥିଲେ, ଅର୍ଥାତ୍‍, ସେ ଏବରର ସନ୍ତାନମାନଙ୍କ ଆଦିପୁରୁଷ ଥିଲା। ଶେମର ଏହିସବୁ ସନ୍ତାନ, ଏଲମ୍‍ ଓ ଅଶୂର ଓ ଅର୍ଫକ୍ଷଦ ଓ ଲୁଦ୍‍ ଓ ଅରାମ। ଏହି ଅରାମର ସନ୍ତାନ ଊଷ୍‍ ଓ ହୂଲ ଓ ଗେଥର ଓ ମଶ୍‍।

ପୁଣି, ଅର୍ଫକ୍ଷଦର ସନ୍ତାନ ଶେଲହ ଓ ଶେଲହର ସନ୍ତାନ ଏବର। ଏହି ଏବରର ଦୁଇ ପୁତ୍ର; ଏକର ନାମ ପେଲଗ୍‍ (ବିଭାଗ), କାରଣ ସେହି ସମୟରେ ପୃଥିବୀ ବିଭକ୍ତ ହେଲା; ତାହାର ଭ୍ରାତାର ନାମ ଯକ୍ତନ୍‍।

ପୁଣି, ଯକ୍ତନ୍‍ର ପୁତ୍ର ଅଲ୍‍ମୋଦଦ ଓ ଶେଲଫ୍‍ ଓ ହତ୍‍ସର୍ମାବତ୍‍ ଓ ଯେରହ ଓ ହଦୋରାମ ଓ ଊଷଲ ଓ ଦିକ୍ଲା ଓ ଓବଲ ଓ ଅବୀମାୟେଲ୍ ଓ ଶିବା ଓ ଓଫୀର ଓ ହବୀଲା ଓ ଯୋବବ୍‍, ଏହି ସମସ୍ତ ଯକ୍ତନ୍‍ର ସନ୍ତାନ।

ମେଷା ଅବଧି ପୂର୍ବ ଦିଗର ସଫାର ପର୍ବତ ପର୍ଯ୍ୟନ୍ତ ସେମାନଙ୍କର ବସତି ଥିଲା। ଆପଣା ଆପଣା ଦେଶରେ ସେମାନଙ୍କର ବଂଶ ଓ ଭାଷା ଓ ଗୋଷ୍ଠୀ ଅନୁସାରେ ଏସମସ୍ତେ ଶେମର ସନ୍ତାନ।

ଆପଣା ଆପଣା ଗୋଷ୍ଠୀରେ ସେମାନଙ୍କ ବଂଶାବଳୀ ଅନୁସାରେ ଏମାନେ ନୋହଙ୍କର ସନ୍ତାନଗଣର ବଂଶ ଥିଲେ; ପୁଣି, ଜଳପ୍ଳାବନ ଉତ୍ତାରେ ଏମାନଙ୍କଠାରୁ ଉତ୍ପନ୍ନ ନାନା ଗୋଷ୍ଠୀ ପୃଥିବୀରେ ବିଭକ୍ତ ହେଲେ।

Indian Revised Version(IRV) Odia - 2021. Copyright © Bridge Connectivity Solutions Pvt. Ltd. Licensed under CC BY-SA 4.0. Source: Open.Bible. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-11-09.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.