Skip to content
BibleKenya

Indian Revised Version(IRV) Odia - 2021

ଗୀତସଂହିତା 101

ରାଜାଙ୍କ ପ୍ରତିଜ୍ଞା

ଦାଉଦଙ୍କର ଗୀତ।

ମୁଁ ଦୟା ଓ ଶାସନ ବିଷୟ ଗାନ କରିବି।

ହେ ସଦାପ୍ରଭୋ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।

ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି;

ଆହା, ତୁମ୍ଭେ କେବେ ମୋʼ ନିକଟକୁ ଆସିବ?

ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି।

ମୁଁ କୌଣସି ମନ୍ଦ ବିଷୟ ଆପଣା ଦୃଷ୍ଟିଗୋଚରରେ ରଖିବି ନାହିଁ;

ମୁଁ ବିପଥଗାମୀମାନଙ୍କ କର୍ମ ଘୃଣା କରେ;

ତାହା ମୋʼ ଠାରେ ଲିପ୍ତ ହେବ ନାହିଁ।

କୁଟିଳ ଅନ୍ତଃକରଣ ମୋʼ ନିକଟରୁ ଦୂର ହେବ;

ମୁଁ ମନ୍ଦ ବିଷୟର ପରିଚୟ ନେବି ନାହିଁ।

ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି;

ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।

ଦେଶର ବିଶ୍ୱସ୍ତ ଲୋକେ ଯେପରି ମୋʼ ସଙ୍ଗେ ବାସ କରିବେ, ଏଥିପାଇଁ ସେମାନଙ୍କ ଉପରେ ମୋହର ଦୃଷ୍ଟି ରହିବ।

ଯେଉଁ ଜନ ସିଦ୍ଧ ପଥରେ ଚାଲେ, ସେ ମୋହର ସେବା କରିବ।

ଯେ ପ୍ରତାରଣା କରେ, ସେ ମୋʼ ଗୃହ ମଧ୍ୟରେ ବାସ କରିବ ନାହିଁ।

ଯେ ମିଥ୍ୟା କହେ, ସେ ମୋʼ ଦୃଷ୍ଟିଗୋଚରରେ ସ୍ଥାୟୀ ହେବ ନାହିଁ।

ମୁଁ ଅଧର୍ମାଚାରୀ ସମସ୍ତଙ୍କୁ ସଦାପ୍ରଭୁଙ୍କ ନଗରରୁ ଉଚ୍ଛିନ୍ନ କରିବା

ନିମନ୍ତେ ପ୍ରତି ପ୍ରଭାତରେ ଦେଶର ସକଳ ଦୁଷ୍ଟ ଲୋକଙ୍କୁ ସଂହାର କରିବି।

Indian Revised Version(IRV) Odia - 2021. Copyright © Bridge Connectivity Solutions Pvt. Ltd. Licensed under CC BY-SA 4.0. Source: Open.Bible. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-11-09.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.