Indian Revised Version(IRV) Odia - 2021
ଗୀତସଂହିତା 110
ପରମେଶ୍ୱର ଓ ତାହାଙ୍କ ମନୋନୀତ ରାଜା
ଦାଉଦଙ୍କର ଗୀତ।
ସଦାପ୍ରଭୁ ମୋʼ ପ୍ରଭୁଙ୍କୁ କହନ୍ତି,
“ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”
ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ;
ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।
ତୁମ୍ଭ ପରାକ୍ରମର ଦିନରେ ତୁମ୍ଭ ଲୋକମାନେ ସ୍ୱେଚ୍ଛାରେ ଆପଣାମାନଙ୍କୁ ଉତ୍ସର୍ଗ କରନ୍ତି;
ପବିତ୍ରତାର ସୌନ୍ଦର୍ଯ୍ୟରେ ଅରୁଣର ଗର୍ଭରୁ ତୁମ୍ଭର ଯୁବକଗଣ ଶିଶିର ତୁଲ୍ୟ ଉତ୍ପନ୍ନ।
ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ,
“ମଲ୍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”1
ତୁମ୍ଭ ଦକ୍ଷିଣରେ ସ୍ଥିତ ପ୍ରଭୁ
ଆପଣା କୋପର ଦିନରେ ରାଜାଗଣକୁ ଚୂର୍ଣ୍ଣ କରିବେ।
ସେ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ବିଚାର କରିବେ,
ସେ ଶବରେ ସ୍ଥାନସବୁ ପୂର୍ଣ୍ଣ କରିବେ;
ସେ ଅନେକ ଦେଶରେ ମସ୍ତକ ଚୂର୍ଣ୍ଣ କରିବେ।
ସେ ପଥ ମଧ୍ୟରେ ସ୍ରୋତଜଳ ପାନ କରିବେ;
ଏହେତୁ ସେ ଆପଣା ମସ୍ତକ ଉଠାଇବେ।
Source notes (1)
- Footnote ଦେଖନ୍ତୁ ଏବ୍ରୀ. ୫:୬; ୬:୨୦; ୭:୧୭,୨୧
Indian Revised Version(IRV) Odia - 2021. Copyright © Bridge Connectivity Solutions Pvt. Ltd. Licensed under CC BY-SA 4.0. Source: Open.Bible. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY-SA 4.0 · SourceEdition imported 2026-11-09.