Skip to content
BibleKenya

Indian Revised Version(IRV) Odia - 2021

ଗୀତସଂହିତା 46

ସହବର୍ତ୍ତୀ ପରମେଶ୍ୱର

ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ; ଅଲ୍‍ମୋତ୍‍ ସ୍ୱରର ଗୀତ।

ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ,

ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ।

ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ

ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;

ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ,

ତହିଁର ପ୍ଲାବନରେ ପର୍ବତଗଣ କମ୍ପିତ ହେଲେ ହେଁ

ଆମ୍ଭେମାନେ ଭୟ କରିବା ନାହିଁ। [ସେଲା]

ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ

ପରମେଶ୍ୱରଙ୍କ ନଗରକୁ,

ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ।

ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ।

ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।

ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ;

ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।

ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ,

ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।

ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ,

ସେ ପୃଥିବୀରେ କି ପ୍ରକାର ଉଜାଡ଼ କରିଅଛନ୍ତି!

ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି;

ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି;

ସେ ରଥ1ସବୁ ଅଗ୍ନିରେ ପୋଡ଼ି ପକାନ୍ତି।

“କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ;

ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ,

ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।”

ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ;

ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। [ସେଲା]

Source notes (1)
  1. Footnote ରଥ କିମ୍ବା ଢାଲ

Indian Revised Version(IRV) Odia - 2021. Copyright © Bridge Connectivity Solutions Pvt. Ltd. Licensed under CC BY-SA 4.0. Source: Open.Bible. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-11-09.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.