ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ପ୍ରଥମ ବଂଶାବଳୀ 25
ମନ୍ଦିରର ସଂଗୀତ ଶିଳ୍ପୀଗଣ
ଆହୁରି ଆସଫର ଓ ହେମନର ଓ ଯିଦୂଥୂନ୍ର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି। ଆସଫର ସନ୍ତାନମାନଙ୍କ କଥା;
ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
ଯିଦୂଥୂନ୍ର କଥା;
ଯିଦୂଥୂନ୍ର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନ୍ର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
ହେମନର କଥା;
ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ଓ ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍; ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।
ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ଓ ହେମନ ରାଜାଜ୍ଞାଧୀନ ଥିଲେ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ। ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।
ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା;
ଦ୍ୱିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ।
ତୃତୀୟ ସକ୍କୁର ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ଚତୁର୍ଥ ଯିଷ୍ରି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପଞ୍ଚମ ନଥନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ସପ୍ତମ ଯିଶାରେଲା ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ଅଷ୍ଟମ ଯିଶାୟାହ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ନବମ ମତ୍ତନୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।
ଦଶମ ଶିମୀୟି ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଏକାଦଶ ଅସରେଲ୍ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଦ୍ୱାଦଶ ହଶବୀୟ ପକ୍ଷରେ ଉଠିଲା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଚତୁର୍ଦ୍ଦଶ ପାଇଁ ମତ୍ତଥୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ପଞ୍ଚଦଶ ପାଇଁ ଯେରେମୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଷୋଡ଼ଶ ପାଇଁ ହନାନୀୟ, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ସପ୍ତଦଶ ପାଇଁ ଯଶ୍ବକାଶା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଅଷ୍ଟାଦଶ ପାଇଁ ହନାନି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଊନବିଂଶ ପାଇଁ ମଲ୍ଲୋଥି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ବିଂଶ ପାଇଁ ଇଲୀୟାଥା, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଏକବିଂଶ ପାଇଁ ହୋଥୀର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଦ୍ୱାବିଂଶ ପାଇଁ ଗିଦ୍ଦଲ୍ତି, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ତ୍ରୟୋବିଂଶ ପାଇଁ ମହସୀୟୋତ୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;
ଚତୁର୍ବିଂଶ ପାଇଁ ରୋମାମ୍ତି-ଏଷର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ।
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY-SA 4.0 · SourceEdition imported 2026-10-25.