Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ପ୍ରଥମ ବଂଶାବଳୀ 8

ବିନ୍ୟାମୀନ୍‍ଙ୍କ ବଂଶଧର

ବିନ୍ୟାମୀନ୍ ଆପଣା ଜ୍ୟେଷ୍ଠ ବେଲା, ଦ୍ୱିତୀୟ ଅସ୍‍ବେଲ ଓ ତୃତୀୟ ଅହର୍ହ; ଚତୁର୍ଥ ନୋହା, ପଞ୍ଚମ ରାଫାକୁ ଜାତ କଲା। ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର, ଗେରା, ଅବୀହୂଦ, ଅବୀଶୂୟ, ନାମାନ୍‍, ଆହୋହ, ଗେରା, ଶଫୂଫନ୍‍ ଓ ହୂରମ୍‍। ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍‍କୁ ନିଆଯାଇଥିଲେ। ଆଉ ସେ ନାମାନ୍‍, ଅହୀୟ, ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦ୍‍କୁ ଜାତ କଲା। ପୁଣି, ସେ ସେମାନଙ୍କୁ ବିଦାୟ କଲା ଉତ୍ତାରେ ଶହରୟିମ୍‍ ମୋୟାବ-ପଦାରେ ସନ୍ତାନମାନଙ୍କୁ ଜାତ କଲା; ହୂଶୀମ୍‍ ଓ ବାରା ତାହାର ଭାର୍ଯ୍ୟା ଥିଲେ। ପୁଣି, ସେ ଆପଣା ଭାର୍ଯ୍ୟା ହୋଦଶ୍‍ର ଗର୍ଭରେ ଯୋବବ୍‍, ସିବୀୟ, ମେଶା ଓ ମଲକମ୍‍, ଯିୟୂଶ, ଶଖୀୟ ଓ ମିର୍ମକୁ ଜାତ କଲା, ଏମାନେ ତାହାର ପୁତ୍ର ଓ ପିତୃବଂଶର ପ୍ରଧାନ ଥିଲେ। ଆଉ ସେ ହୂଶୀମ୍‍ ଗର୍ଭରେ ଆବୀଟୂବ ଓ ଇଲ୍ପାଲକୁ ଜାତ କଲା। ଆଉ ଇଲ୍ପାଲର ପୁତ୍ର ଏବର ଓ ମିଶୀୟମ୍‍, ପୁଣି, ସମସ୍ତ ଉପନଗର ସମେତ ଓନୋର ଓ ଲୋଦ୍‍ର ପତ୍ତନକାରୀ ଶେମଦ୍‍, ବରୀୟ ଓ ଶେମା, ଏମାନେ ଅୟାଲୋନ୍‍ ନିବାସୀମାନଙ୍କର ପିତୃବଂଶର ପ୍ରଧାନ ଥିଲେ, ଆଉ ଏମାନେ ଗାଥ୍‍ ନିବାସୀମାନଙ୍କୁ ତଡ଼ି ଦେଇଥିଲେ।

ପୁଣି, ଅହୀୟୋ, ଶାଶକ୍‍, ଯେରେମୋତ୍‍,

ସବଦୀୟ, ଅରାଦ, ଏଦର,

ମୀଖାୟେଲ, ଯିଶ୍ପା, ଯୋହା ବରୀୟର ପୁତ୍ର ଥିଲେ;

ଆଉ ସବଦୀୟ, ମଶୁଲ୍ଲମ୍‍, ହିଷ୍କି, ହେବର,

ଯିଷ୍ମରୟ, ଯିଷ୍‍ଲୀୟ ଓ ଯୋବବ୍‍ ଇଲ୍ପାଲର ପୁତ୍ର ଥିଲେ।

ଆଉ ଶିମୀୟିର ପୁତ୍ର

ଯାକୀମ୍‍, ସିଖ୍ରି, ସବ୍‍ଦି,

ଇଲୀଐନୟ, ସିଲ୍ଲଥୟ, ଇଲୀୟେଲ୍‍,

ଅଦାୟା, ବରାୟା ଓ ଶିମ୍ରତ୍‍;

ଆଉ ଶାଶକ୍‍ର ପୁତ୍ର

ଯିଶ୍ପନ୍‍, ଏବର, ଇଲୀୟେଲ୍‍,

ଅବଦୋନ୍‍, ସିଖ୍ରି, ହାନନ୍‍,

ହନାନୀୟ, ଏଲମ୍‍, ଅନ୍ତୋଥୀୟ,

ଯିଫଦୀୟ ଓ ପନୂୟେଲ;

ଆଉ, ଯିରୋହମର ସନ୍ତାନ

ଶମ୍‍ଶରୟ, ଶହରୀୟ, ଅଥଲୀୟ,

ଯାରିଶୀୟ, ଏଲୀୟ ଓ ସିଖ୍ରି;

ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ। ଆଉ ଗିବୀୟୋନ୍‍ର ପିତା ଯିୟେଲ ଗିବୀୟୋନ୍‍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା। ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନାଦବ୍‍, ଗଦୋର, ଅହୀୟୋ ଓ ସଖର; ପୁଣି, ମିକ୍ଲୋତ୍‍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ। ନେର୍‍ କୀଶ୍‍କୁ ଜାତ କଲା,

କୀଶ୍‍ ଶାଉଲଙ୍କୁ ଜାତ କଲା,

ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।

ପୁଣି, ମରୀବ୍ବାଲ୍‍ ଯୋନାଥନର ପୁତ୍ର ଥିଲା

ଓ ମରୀବ୍ବାଲ୍‍ ମୀଖାକୁ ଜାତ କଲା।

ମୀଖାର ପୁତ୍ର ପିଥୋନ୍‍, ମେଲକ୍‍, ତରେୟ ଓ ଆହସ୍‌।

ଆଉ, ଆହସ୍‌ ଯିହୋୟାଦାକୁ ଜାତ କଲା,

ପୁଣି, ଯିହୋୟାଦା ଆଲେମତ୍‍, ଅସ୍ମାବତ୍‍, ସିମ୍ରିକୁ ଜାତ କଲା

ଓ ସିମ୍ରି ମୋତ୍ସାକୁ ଜାତ କଲା।

ମୋତ୍ସା ବିନୀୟାକୁ ଜାତ କଲା, ତାହାର ପୁତ୍ର ରାଫା, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ;

ପୁଣି, ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍। ଏସମସ୍ତେ ଆତ୍ସେଲର ପୁତ୍ର। ଆଉ ତାହାର ଭ୍ରାତା ଏଶକର ପୁତ୍ରଗଣ; ତାହାର ଜ୍ୟେଷ୍ଠ ଊଲମ, ଦ୍ୱିତୀୟ ଯିୟୂଶ୍‍ ଓ ତୃତୀୟ ଇଲୀଫେଲଟ୍‍। ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍‍ର ସନ୍ତାନ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.