Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଦ୍ୱିତୀୟ ବିବରଣ 34

ମୋଶାଙ୍କ ମୃତ୍ୟୁୁ

ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ପିସ୍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ; ପୁଣି, ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ; ଆଉ ସୋୟର ପର୍ଯ୍ୟନ୍ତ ଦକ୍ଷିଣ ଦେଶ ଓ ଖର୍ଜ୍ଜୁରପୁର-ଯିରୀହୋ ଦେଶସ୍ଥ ଉପତ୍ୟକାର ପଦା ଦେଖାଇଲେ। ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।” ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ। ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବର ସ୍ଥାନ କେହି ଜାଣେ ନାହିଁ। ମରଣକାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା। ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ-ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।

ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ। ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେହି ସବୁ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ବିଷୟରେ, ପୁଣି, ମୋଶା ସମସ୍ତ ବାହୁ ବଳ ଏବଂ ଯେଉଁସବୁ ଭୟାନକ କର୍ମ ସମଗ୍ର ଇସ୍ରାଏଲ ଦୃଷ୍ଟିରେ କରିଥିଲେ, ସେହି ସବୁ ତୁଳନାରେ ମୋଶାଙ୍କ ସଦୃଶ ଆଉ କୌଣସି ଭବିଷ୍ୟଦ୍‍ବକ୍ତା ସେହି ଦିନଠାରୁ ଇସ୍ରାଏଲ ମଧ୍ୟରେ ଉତ୍ପନ୍ନ ହୋଇ ନାହାନ୍ତି।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.