Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଏଷ୍ଟର 10

ମର୍ଦ୍ଦଖୟଙ୍କର ମହାନତା

ସେହି ଅକ୍ଷଶ୍ୱେରଶ ରାଜା ଦେଶ ଓ ସମୁଦ୍ରସ୍ଥ ଉପଦ୍ୱୀପସମୂହରେ କର ବସାଇଲେ। ପୁଣି, ତାହାର ପରାକ୍ରମ ଓ ପ୍ରଭାବର ସବୁ କଥା, ଆଉ ରାଜା ମର୍ଦ୍ଦଖୟଙ୍କୁ ଯେଉଁ ମହତ୍ତ୍ୱ ଦେଇ ଉଚ୍ଚପଦରେ ନିଯୁକ୍ତ କଲେ, ତହିଁର ସମ୍ପୂର୍ଣ୍ଣ ବିବରଣ କି ମାଦୀୟା ଓ ପାରସ୍ୟ ଦେଶର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ନାହିଁ? କାରଣ ଯିହୁଦୀୟ ମର୍ଦ୍ଦଖୟ ଅକ୍ଷଶ୍ୱେରଶ ରାଜାଙ୍କ ପ୍ରଧାନମନ୍ତ୍ରୀ ହୋଇ ଯିହୁଦୀୟ ଲୋକମାନଙ୍କ ମଧ୍ୟରେ ମହାନ ଓ ଆପଣା ଭ୍ରାତୃସମୂହ ମଧ୍ୟରେ ପ୍ରିୟପାତ୍ର ଓ ଆପଣା ଲୋକଙ୍କର ମଙ୍ଗଳାନ୍ୱେଷୀ, ପୁଣି ଆପଣା ସମସ୍ତ ବଂଶ ପ୍ରତି ଶାନ୍ତିବାଦୀ ଥିଲେ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.