Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଯିଶାଇୟ 15

ମୋୟାବ ପ୍ରତି ଭାବବାଣୀ

ମୋୟାବ ବିଷୟକ ଭବିଷ୍ୟତବାଣୀ।

ମୋୟାବର ଆର ନଗର ଏକ ରାତ୍ରି ମଧ୍ୟରେ ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା;

ଏକ ରାତ୍ରି ମଧ୍ୟରେ ମୋୟାବର କୀର୍‍ ନଗର ଉଚ୍ଛିନ୍ନ ଓ ଧ୍ୱଂସିତ ହେଲା।

ସେ ରୋଦନ କରିବା ପାଇଁ ବୈଥତ୍‍କୁ ଓ ଦୀବୋନ୍‍କୁ, ଉଚ୍ଚସ୍ଥଳୀକି ଯାଇଅଛି;

ନବୋ ଓ ମେଦବାର ବିଷୟରେ ମୋୟାବ ହାହାକାର କରୁଅଛି;

ସେହି ସମସ୍ତଙ୍କର ମସ୍ତକ ମୁଣ୍ଡନ ହୋଇଅଛି, ପ୍ରତ୍ୟେକର ଦାଢ଼ି କଟା ହୋଇଅଛି।

ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ

ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି।

ହିଷ୍‍ବୋନ ଓ ଇଲୀୟାଲୀ କ୍ରନ୍ଦନ କରୁଅଛନ୍ତି; ସେମାନଙ୍କର ରବ ଯହସ ପର୍ଯ୍ୟନ୍ତ ଶୁଣା ଯାଉଅଛି;

ଏହେତୁ ମୋୟାବର ସସଜ୍ଜ ଲୋକେ ଆର୍ତ୍ତନାଦ କରୁଅଛନ୍ତି; ତାହାର ପ୍ରାଣ ତାହା ମଧ୍ୟରେ କମ୍ପିତ ହେଉଅଛି।

ଆମ୍ଭର ହୃଦୟ ମୋୟାବ ପାଇଁ କ୍ରନ୍ଦନ କରୁଅଛି; ତାହାର କୁଳୀନମାନେ ସୋୟର ପର୍ଯ୍ୟନ୍ତ ଇଗ୍ଲତ୍‍-ଶଲୀଶୀୟାକୁ ପଳାଉଅଛନ୍ତି;

କାରଣ ସେମାନେ ରୋଦନ କରୁ କରୁ ଲୂହୀତ-ଘାଟୀ ଉପରକୁ ଯାଉଅଛନ୍ତି;

ହୋରୋନୟିମ ବାଟରେ ବିନାଶ ହେତୁ ସେମାନେ ଆର୍ତ୍ତନାଦ କରୁଅଛନ୍ତି।

କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି,

ନବୀନ ତୃଣର ଅଭାବ ହେଉଅଛି, ହରିଦ୍‍ବର୍ଣ୍ଣର କିଛି ହିଁ ନାହିଁ।

ଏହେତୁ ସେମାନେ ଆପଣାମାନଙ୍କର ପ୍ରାପ୍ତ ଧନ ଓ ରକ୍ଷିତ ଦ୍ରବ୍ୟସବୁ

ବାଇଶୀ ବୃକ୍ଷର ସ୍ରୋତ ନିକଟକୁ ନେଇଯିବେ।

କାରଣ ମୋୟାବର ଚତୁର୍ଦ୍ଦିଗସ୍ଥ ସୀମାକୁ କ୍ରନ୍ଦନର ଶବ୍ଦ ଯାଇଅଛି;

ତହିଁର ହାହାକାର ଇଗ୍ଲୟିମ୍‍ ପର୍ଯ୍ୟନ୍ତ ଓ ତହିଁର ହାହାକାର ବେରେଲୀମ୍‍ ପର୍ଯ୍ୟନ୍ତ ଯାଇଅଛି।

କାରଣ ଦୀମୋନର ଜଳସମୂହ ରକ୍ତମୟ ହୋଇଅଛି; ପୁଣି, ଆମ୍ଭେ ଦୀମୋନର ଉପରେ ଆହୁରି ଦୁଃଖ

ଓ ମୋୟାବର ପଳାତକ ଲୋକ ଉପରେ ଓ ଦେଶର ଅବଶିଷ୍ଟାଂଶ ଉପରେ ଗୋଟିଏ ସିଂହ ଆଣିବା।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.