Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଯିଶାଇୟ 46

ସଦାପ୍ରଭୁ ଏବଂ ବାବିଲର ଦେବତା

ବେଲ୍ ଦେବତା ଅବନତ ହୁଏ, ନବୋ ନତ ହୁଏ; ସେମାନଙ୍କ ପ୍ରତିମାଗଣ

ଜନ୍ତୁ ଓ ପଶୁମାନଙ୍କ ଉପରେ ଥୁଆ ଯାଇଅଛନ୍ତି; ଯେଉଁ ଦ୍ରବ୍ୟମାନ ତୁମ୍ଭେମାନେ ବୋହି କରି ବୁଲିଲ, ତାହା ବୋଝ ହୋଇଅଛି, କ୍ଳାନ୍ତ ପଶୁ ପ୍ରତି ଭାର ହୋଇଅଛି।

ସେମାନେ ନତ ହୁଅନ୍ତି, ସେମାନେ ଏକତ୍ର ନତ ହୁଅନ୍ତି; ସେମାନେ ଭାର ରକ୍ଷା କରି ପାରିଲେ ନାହିଁ,

ମାତ୍ର ଆପେ ବନ୍ଦୀ ହୋଇ ଯାଇଅଛନ୍ତି।

“ହେ ଯାକୁବ ବଂଶ, ହେ ଇସ୍ରାଏଲ ବଂଶର ଅବଶିଷ୍ଟାଂଶ ସମସ୍ତେ, ଆମ୍ଭର କଥା ଶୁଣ;

ତୁମ୍ଭେମାନେ ଉଦରସ୍ଥାୟୀ ହେବାଠାରୁ ଆମ୍ଭ ଦ୍ୱାରା ବୁହା ଯାଇଅଛ, ତୁମ୍ଭେମାନେ ଗର୍ଭରୁ ବହା ଯାଇଅଛ;

ପୁଣି, ଆମ୍ଭେ ତୁମ୍ଭମାନଙ୍କର ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ସେହି ଅଟୁ ଓ ପକ୍ୱକେଶ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭମାନଙ୍କୁ ବୋହିବା;

ଆମ୍ଭେ ନିର୍ମାଣ କରିଅଛୁ ଓ ଆମ୍ଭେ ବୋହିବା; ହଁ, ଆମ୍ଭେ ବହିବା ଓ ଉଦ୍ଧାର କରିବା।

ତୁମ୍ଭେମାନେ ଆମ୍ଭକୁ କାହାର ସଦୃଶ ଓ ସମାନ କରିବ ଓ କାହାର ସଙ୍ଗେ ଆମ୍ଭର ଉପମା ଦେଲେ, ଆମ୍ଭେମାନେ ସମାନ ହେବା?

ସେମାନେ ତୋଡ଼ାରୁ ସୁନା ଢାଳନ୍ତି ଓ ନିକ୍ତିରେ ରୂପା ତୌଲନ୍ତି, ସେମାନେ ସୁନାରୀକୁ ମୂଲ ଲଗାନ୍ତି ଓ ସେ ଗୋଟିଏ ଦେବତା ନିର୍ମାଣ କରେ; ସେମାନେ ଦଣ୍ଡବତ କରି ପୂଜା କରନ୍ତି।

ସେମାନେ ତାହାକୁ ସ୍କନ୍ଧରେ ବହନ କରନ୍ତି ଓ ତାହାକୁ ବୋହି ତାହାର ସ୍ଥାନରେ ତାହାକୁ ରଖନ୍ତି, ତହିଁରେ ସେ ଛିଡ଼ା ହୁଏ; ସେ ଆପଣା ସ୍ଥାନରୁ ଘୁଞ୍ଚିବ ନାହିଁ;

ଆହୁରି, କେହି ତାହାକୁ ଡାକିଲେ ହେଁ ସେ ଉତ୍ତର ଦେଇ ପାରିବ ନାହିଁ, କିଅବା ସଙ୍କଟରୁ ଉଦ୍ଧାର କରି ପାରିବ ନାହିଁ।

ତୁମ୍ଭେମାନେ ଏହା ସ୍ମରଣ କର ଓ ପୁରୁଷତ୍ୱ ପ୍ରକାଶ କର; ହେ ଅଧର୍ମାଚାରୀମାନେ, ମନରେ କର।

ପୁରାତନ ବିଷୟସବୁ ସ୍ମରଣ କର;

କାରଣ ଆମ୍ଭେ ହିଁ ପରମେଶ୍ୱର, ଦ୍ୱିତୀୟ ନାହିଁ; ଆମ୍ଭେ ପରମେଶ୍ୱର, ଆମ୍ଭ ତୁଲ୍ୟ କେହି ନାହିଁ;

ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ,

ଆଉ କହୁ, ‘ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,’

ଆମ୍ଭେ ପୂର୍ବ ଦିଗରୁ ଉତ୍କ୍ରୋଶ ପକ୍ଷୀକୁ, ଦୂର ଦେଶରୁ ଆମ୍ଭ ମନ୍ତ୍ରଣାର ମନୁଷ୍ୟକୁ ଆହ୍ୱାନ କରୁ;

ଆମ୍ଭେ କହିଅଛୁ, ଆଉ ଆମ୍ଭେ ତାହା ସିଦ୍ଧ କରିବା; ଆମ୍ଭେ କଳ୍ପନା କରିଅଛୁ, ଆଉ ଆମ୍ଭେ ତାହା ସଫଳ କରିବା।

ହେ ଧର୍ମରୁ ଦୂରବର୍ତ୍ତୀ କଠିନାନ୍ତଃକରଣ ଲୋକେ, ଆମ୍ଭର କଥା ଶୁଣ।

ଆମ୍ଭେ ଆପଣା ଧର୍ମ ନିକଟକୁ ଆଣୁଅଛୁ, ତାହା ଦୂରବର୍ତ୍ତୀ ହେବ ନାହିଁ ଓ ଆମ୍ଭ ପରିତ୍ରାଣର ବିଳମ୍ବ ହେବ ନାହିଁ;

ଆମ୍ଭର ଗୌରବ ସ୍ୱରୂପ ଇସ୍ରାଏଲର ନିମନ୍ତେ ଆମ୍ଭେ ସିୟୋନରେ ପରିତ୍ରାଣ ସ୍ଥାପନ କରିବା।”

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.