Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଆୟୁବ 17

ଆୟୁବ - ମୋହର ଭରସା କାହିଁ?

ମୋହର ପ୍ରାଣ କ୍ଷୟ ପାଉଅଛି ଓ ମୋହର ଦିନ ଅବସାନ ହେଉଅଛି,

ମୋʼ ନିମନ୍ତେ କବର ପ୍ରସ୍ତୁତ ଅଛି।

ନିଶ୍ଚୟ ପରିହାସକମାନେ ମୋʼ ନିକଟରେ ଅଛନ୍ତି

ଓ ସେମାନଙ୍କ ବିରୋଧ ମୋʼ ଚକ୍ଷୁଗୋଚରରେ ଅଛି।

ହେ ପରମେଶ୍ୱର ବିନୟ କରୁଅଛି, ପ୍ରତିନିଧି ଦିଅ, ଆପଣା ନିକଟରେ ଆପେ ମୋʼ ପାଇଁ ଲଗା ହୁଏ;

ଆଉ କିଏ ମୋʼ ହାତରେ ହାତ ଦେବ?

କାରଣ ତୁମ୍ଭେ ସେମାନଙ୍କ ଅନ୍ତଃକରଣକୁ ବୁଦ୍ଧିରୁ ଗୁପ୍ତ କରିଅଛ;

ଏହେତୁ ତୁମ୍ଭେ ସେମାନଙ୍କୁ ଉନ୍ନତ କରିବ ନାହିଁ।

ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ,

ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ।

ମଧ୍ୟ ସେ ମୋତେ ଲୋକମାନଙ୍କର ହାସ୍ୟାସ୍ପଦ କରିଅଛନ୍ତି;

ମୁଁ ପ୍ରକାଶରେ ଘୃଣାପାତ୍ର ହୋଇଅଛି।

ଦୁଃଖ ସକାଶୁ ମଧ୍ୟ ମୋର ଚକ୍ଷୁ କ୍ଷୀଣ ହୋଇଅଛି

ଓ ମୋହର ସର୍ବାଙ୍ଗ ଛାୟା ତୁଲ୍ୟ ହୋଇଅଛି।

ସରଳ ଲୋକେ ଏଥିରେ ଚମତ୍କୃତ ହେବେ

ଓ ନିର୍ଦ୍ଦୋଷ ଲୋକ ଅଧାର୍ମିକ ବିରୁଦ୍ଧରେ ଆପଣାକୁ ଉତ୍ତେଜିତ କରିବ।

ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ

ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।

ମାତ୍ର ତୁମ୍ଭେ ସମସ୍ତେ ଏବେ ଫେରି ଆସ;

ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନବାନ ଲୋକ ପାଇବି ନାହିଁ।

ମୋହର ବଞ୍ଚିବାର ଦିନସବୁ ଅତୀତ ହେଲା, ମୋହର ଅଭିପ୍ରାୟ,

ଅର୍ଥାତ୍‍, ମୋର ମନର ସଂକଳ୍ପସବୁ ନିଷ୍ଫଳ ହେଲା।

ସେମାନେ ରାତ୍ରିକୁ ଦିନ କରନ୍ତି;

ସେମାନେ ଆଲୁଅକୁ ଅନ୍ଧକାରର ସନ୍ନିକଟ ବୋଲି କହନ୍ତି।

ଯଦି ମୁଁ ପାତାଳକୁ ଆପଣାର ଗୃହ ବୋଲି ଅନାଏ;

ଯଦି ମୁଁ ଅନ୍ଧକାରରେ ଆପଣା ଶଯ୍ୟା ବିଛାଇଅଛି;

ଯଦି ମୁଁ କ୍ଷୟକୁ କହିଅଛି, ‘ତୁମ୍ଭେ ମୋହର ପିତା;’

କୀଟକୁ କହିଅଛି, ‘ତୁମ୍ଭେ ମୋହର ମାତା’ ଓ ‘ଭଗିନୀ;’

ତେବେ ମୋହର ଭରସା କାହିଁ?

ଓ ମୋହର ଭରସା କିଏ ଦେଖିବ?

ତାହା ପାତାଳର ଅର୍ଗଳ ଆଡ଼କୁ ଓହ୍ଲାଇ ଯିବ,

ତହିଁରେ ଏକାବେଳେ ମାଟିରେ ବିଶ୍ରାମ ହେବ।”

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.