Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଯିହୋଶୂୟ 15

ଯିହୁଦାର ବାଣ୍ଟ

ଯିହୁଦା-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଇଦୋମ ସୀମା ପାର୍ଶ୍ୱସ୍ଥ ସୀନ୍‍ ପ୍ରାନ୍ତରର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତଭାଗରେ ଥିଲା। ପୁଣି ସେମାନଙ୍କ ଦକ୍ଷିଣ ସୀମା ଲବଣ ସମୁଦ୍ରର1 ପ୍ରାନ୍ତଭାଗ, ଅର୍ଥାତ୍‍, ଦକ୍ଷିଣ ଦିଗ ଅଭିମୁଖ ଆଖାତଠାରୁ ଦକ୍ଷିଣ ଦିଗରେ ଅକ୍ରବ୍ବୀମ ଘାଟି ଦେଇ ସୀନ୍‍ ପର୍ଯ୍ୟନ୍ତ ଗଲା, ପୁଣି ଦକ୍ଷିଣରେ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଉପରକୁ ଉଠିଲା; ତହୁଁ ହିଷ୍ରୋଣ ଦେଇ ଯାଇ ଅଦ୍ଦର ଉପରକୁ ଉଠି କର୍କା ପର୍ଯ୍ୟନ୍ତ ବୁଲିକରି ଗଲା। ଏଉତ୍ତାରେ ଅସ୍ମୋନକୁ ଯାଇ ମିସର ନଦୀ ପାଖେ ପାଖେ ବାହାରିଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ର ଥିଲା; ଏହା ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ। ପୁଣି ପୂର୍ବ ସୀମା ଯର୍ଦ୍ଦନର ପ୍ରାନ୍ତ ପର୍ଯ୍ୟନ୍ତ ଲବଣ ସମୁଦ୍ର ଥିଲା। ପୁଣି ଉତ୍ତର ସୀମା ଯର୍ଦ୍ଦନର ପ୍ରାନ୍ତରେ ସମୁଦ୍ରର ଆଖାତଠାରୁ ଥିଲା ଓ ସେହି ସୀମା ବେଥ୍-ହୋଗ୍ଲା ପର୍ଯ୍ୟନ୍ତ ଉଠି ବେଥ୍-ଅରାବାର ଉତ୍ତର ଦେଇ ଗଲା; ତହୁଁ ସେ ସୀମା ରୁବେନ୍‍ ବଂଶୀୟ ବୋହନର ପ୍ରସ୍ତର ପର୍ଯ୍ୟନ୍ତ ଗଲା। ଏଉତ୍ତାରେ ସେହି ସୀମା ଆଖୋର୍‍ ଉପତ୍ୟକାଠାରୁ ଦବୀର ଆଡ଼କୁ ଗଲା; ଏରୂପେ ନଦୀର ଦକ୍ଷିଣ ପାରିସ୍ଥ ଅଦୁମ୍ମୀମ୍‍ ଘାଟି ସମ୍ମୁଖସ୍ଥ ଗିଲ୍‍ଗଲ୍‍ ଆଡ଼କୁ ମୁଖ କରି ଉତ୍ତର ଦିଗକୁ ଗଲା ଓ ଐନ୍‍-ଶେମଶ୍‍ ନାମକ ଜଳାଶୟ ଆଡ଼କୁ ଚଳିଲା ଓ ତହିଁର ପ୍ରାନ୍ତଭାଗ ଐନ୍‍-ରୋଗେଲ ନିକଟରେ ଥିଲା। ସେ ସୀମା ହିନ୍ନୋମ ପୁତ୍ରର ଉପତ୍ୟକା ଦେଇ ଉଠି ଦକ୍ଷିଣ ଦିଗରେ ଯିବୂଷ ଆଡ଼କୁ ଗଲା, ଏହାକୁ ଯିରୂଶାଲମ କହନ୍ତି; ଏଉତ୍ତାରେ ସେହି ସୀମା ପଶ୍ଚିମରେ ହିନ୍ନୋମ ଉପତ୍ୟକା ସମ୍ମୁଖରେ ରଫାୟୀମ ନାମକ ତଳଭୂମିର ଉତ୍ତର ପ୍ରାନ୍ତସ୍ଥିତ ପର୍ବତ ଶୃଙ୍ଗ ପର୍ଯ୍ୟନ୍ତ ଗଲା। ଏଉତ୍ତାରେ ସେହି ସୀମା ସେହି ପର୍ବତ ଶୃଙ୍ଗଠାରୁ ନିପ୍ତୋହର ଜଳ ନିର୍ଝର ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ଇଫ୍ରୋଣ ପର୍ବତସ୍ଥ ନଗର ଆଡ଼କୁ ଗଲା; ପୁଣି ସେ ସୀମା କିରୀୟଥ୍‍-ଯିୟାରୀମ୍‍ ନାମରେ ପ୍ରସିଦ୍ଧ ବାଲା ପର୍ଯ୍ୟନ୍ତ ବିସ୍ତୃତ ହେଲା। ତହୁଁ ସେ ସୀମା ବାଲାଠାରୁ ସେୟୀର ପର୍ବତ ପର୍ଯ୍ୟନ୍ତ ପଶ୍ଚିମ ଦିଗରେ ବୁଲିକରି ବସାଲୋନ ନାମରେ ପ୍ରସିଦ୍ଧ ଯିୟାରୀମ ପର୍ବତର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ତାହା ବେଥ୍-ଶେମଶରେ ପଡ଼ି ତିମ୍ନା ପର୍ଯ୍ୟନ୍ତ ଗଲା। ପୁଣି ସେ ସୀମା ଇକ୍ରୋଣର ଉତ୍ତର ପାର୍ଶ୍ୱ ପର୍ଯ୍ୟନ୍ତ ଗଲା; ତହୁଁ ସେ ସୀମା ଶକ୍‍କେରୋନ୍‍ ପର୍ଯ୍ୟନ୍ତ ବିସ୍ତୃତ ହେଲା ଓ ବାଲା ପର୍ବତରେ ପଡ଼ି ଯବ୍‍ନୀୟେଲକୁ ଗଲା; ସେହି ସୀମାର ପ୍ରାନ୍ତଭାଗ ସମୁଦ୍ରରେ ଥିଲା। ପୁଣି ପଶ୍ଚିମ ସୀମା ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ ଥିଲା; ଆପଣା ଆପଣା ବଂଶାନୁସାରେ ଯିହୁଦା-ସନ୍ତାନଗଣର ଚତୁର୍ଦ୍ଦିଗସ୍ଥିତ ସୀମା ଏହି।

ଏଥିଉତ୍ତାରେ ଯିହୋଶୂୟଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେ ଯିହୁଦା-ସନ୍ତାନଗଣ ମଧ୍ୟରେ ଯିଫୁନ୍ନିର ପୁତ୍ର କାଲେବଙ୍କର ଭାଗ ନିମନ୍ତେ ହିବ୍ରୋଣ ନାମରେ ପ୍ରସିଦ୍ଧ କିରୀୟଥ୍‍-ଅର୍ବ ଦେଲେ, ଅର୍ବ ଅନାକର ପିତା ଥିଲା। ପୁଣି କାଲେବ ସେଠାରୁ ଅନାକର ବଂଶ ଶେଶୟ ଓ ଅହୀମାନ୍‍ ଓ ତଲ୍ମୟ ନାମକ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ। ଏଉତ୍ତାରେ ସେଠାରୁ ଦବୀର ନିବାସୀମାନଙ୍କ ବିରୁଦ୍ଧରେ ଗମନ କଲେ; ପୂର୍ବକାଳରେ ସେହି ଦବୀର କିରୀୟଥ୍‍-ସେଫର ନାମରେ ବିଖ୍ୟାତ ଥିଲା। ସେହି ସମୟରେ କାଲେବ କହିଲେ, “ଯେଉଁ ଜନ କିରୀୟଥ୍‍-ସେଫର ଆକ୍ରମଣ କରି ହସ୍ତଗତ କରିବ, ତାହା ସହିତ ମୁଁ ଆପଣା କନ୍ୟା ଅକ୍‍ଷାର ବିବାହ ଦେବି।” ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ। ତହୁଁ ସେ ଗମନ କରିବା ବେଳେ ଆପଣା ପିତାକୁ ଖଣ୍ଡେ କ୍ଷେତ ମାଗିବା ପାଇଁ ସ୍ୱାମୀକୁ ମଣାଇଲା; ମାତ୍ର ସେ ଆପେ ଗର୍ଦ୍ଦଭରୁ ଓହ୍ଲାଇ ପଡ଼ିଲା; ଏଥିରେ କାଲେବ ତାହାକୁ କହିଲେ, “ତୁମ୍ଭେ କଅଣ ଚାହଁ?” ତହୁଁ ସେ କହିଲା, “ଆପଣ ମୋତେ ଏକ ଆଶୀର୍ବାଦ କରନ୍ତୁ; କାରଣ ଆପଣ ଦକ୍ଷିଣ ଆଡ଼ ଭୂମି ମୋତେ ଦେଇଅଛନ୍ତି, ମଧ୍ୟ ଜଳ ନିର୍ଝର ମୋତେ ଦେଉନ୍ତୁ।” ତହିଁରେ ସେ ଉପରିସ୍ଥ ଓ ତଳସ୍ଥ ନିର୍ଝର ତାହାକୁ ଦେଲେ।

ଯିହୁଦା ବଂଶୀୟ ସନ୍ତାନମାନଙ୍କର ଆପଣା ଆପଣା ବଂଶାନୁସାରେ ଏହି ସକଳ ଅଧିକାର।

ଦକ୍ଷିଣାଞ୍ଚଳରେ ଇଦୋମ ସୀମା ନିକଟରେ ଯିହୁଦା-ସନ୍ତାନମାନଙ୍କ ବଂଶର ପ୍ରାନ୍ତଭାଗସ୍ଥ ଏସବୁ ନଗର ଥିଲା, କବ୍‍ସେଲ ଓ ଏଦର ଓ ଯାଗୁର ଓ କୀନା ଓ ଦୀମୋନା ଓ ଅଦାଦା ଓ କେଦଶ୍‍ ଓ ହାସୋର ଓ ଯିତ୍ନନ୍; ସୀଫ୍‍ ଓ ଟେଲମ୍‍ ଓ ବାଲୋତ୍‍ ଓ ହାସୋର-ହଦତ୍ତା ଓ କରିୟୋଥ୍‍-ହିଷ୍ରୋଣ (ଅବା ହାସୋର ଅମାମ୍‍ ଓ ଶେମା ଓ ମୋଲାଦା ଓ ହତ୍‍ସର-ଗଦ୍ଦା ଓ ହିଷ୍‍ମୋନ୍‍ ଓ ବେଥ୍-ପେଲଟ ଓ ହତ୍‍ସର-ଶୁୟାଲ୍‍ ଓ ବେର୍‍ଶେବା ଓ ବିଷିୟୋଥିୟା; ବାଲା ଓ ଇୟୀମ୍‍ ଓ ଏତ୍ସମ୍‍; ଇଲତୋଲଦ୍‍ ଓ କସୀଲ ଓ ହର୍ମା ଓ ସିକ୍ଲଗ୍‍ ଓ ମଦ୍‍ମନ୍ନା ଓ ସନ୍‍ସନ୍ନା ଓ ଲବାୟୋତ୍‍ ଓ ଶିଲହୀମ୍‍ ଓ ଐନ୍‍ ଓ ରିମ୍ମୋନ୍‍; ଗ୍ରାମ ସମେତ ସର୍ବସୁଦ୍ଧା ଅଣତିରିଶ ନଗର।

ତଳଭୂମିରେ ଇଷ୍ଟାୟୋଲ ଓ ସରାୟ ଓ ଅସ୍‍ନା ଓ ସାନୋହ ଓ ଐନ୍‍-ଗନ୍ନୀମ୍‍ ଓ ତପୂହ ଓ ଐନମ୍; ଯର୍ମୂତ ଓ ଅଦୁଲ୍ଲମ, ସୋଖୋ ଓ ଅସେକା ଓ ଶାରୟିମ୍‍ ଓ ଅଦୀଥୟିମ୍‍ ଓ ଗଦେରା ଓ ଗଦେରୋଥୟିମ୍‍; ଗ୍ରାମ ସମେତ ଏହି ଚଉଦ ନଗର।

ସନାନ୍‍ ଓ ହଦାଶା ଓ ମିଗ୍‍ଦଲଗାଦ ଓ ଦିଲୀୟନ୍‍ ଓ ମିସ୍ପେ ଓ ଯକ୍ତେଲ; ଲାଖୀଶ୍‍ ଓ ବସ୍କତ୍‍ ଓ ଇଗ୍ଲୋନ୍‍; କେବ୍ବୋନ୍‍ ଓ ଲହମମ ଓ କିତୀଶ୍‍ ଓ ଗଦେରୋତ୍‍, ବେଥ୍-ଦାଗୋନ୍‍ ଓ ନୟମା ଓ ମକ୍କେଦା, ଗ୍ରାମ ସମେତ ଏହି ଷୋଅଳ ନଗର।

ଲିବ୍‍ନା ଓ ଏଥର୍‍ ଓ ଆଶନ୍‍ ଓ ଯିପ୍ତହ ଓ ଅସ୍‍ନା ଓ ନତ୍ସୀବ୍‍; କିୟୀଲା ଓ ଅକଷୀବ୍ ଓ ମାରେଶା; ଗ୍ରାମ ସମେତ ନଅ ନଗର।

ଇକ୍ରୋଣ, ତହିଁର ଉପନଗର ଓ ଗ୍ରାମମାନ; ଇକ୍ରୋଣଠାରୁ ସମୁଦ୍ର ପର୍ଯ୍ୟନ୍ତ ଅସ୍ଦୋଦ ନିକଟସ୍ଥିତ ସମସ୍ତ ସ୍ଥାନ ଓ ଗ୍ରାମ।

ଅସ୍ଦୋଦ, ତହିଁର ଉପନଗର ଓ ଗ୍ରାମମାନ; ଘସା, ତହିଁର ଉପନଗର ଓ ଗ୍ରାମମାନ; ମିସର ନଦୀ ଓ ମହାସମୁଦ୍ର ଓ ତହିଁର ଅଞ୍ଚଳ ପର୍ଯ୍ୟନ୍ତ।

ପର୍ବତମୟ ଦେଶରେ ଶାମୀର ଓ ଯତ୍ତୀର ଓ ସୋଖୋ; ପୁଣି ଦନ୍ନା ଓ କିରୀୟଥ୍‍-ସନ୍ନା (ଏହାକୁ ଦବୀର କହନ୍ତି) ଓ ଅନାବ୍ ଓ ଇଷ୍ଟିମୋୟ ଓ ଆନୀମ୍‍ ଓ ଗୋଶନ ଓ ହୋଲୋନ୍‍ ଓ ଗୀଲୋ; ଏହିସବୁ ଗ୍ରାମ ସମେତ ଏଗାର ନଗର।

ଅରାବ୍‍ ଓ ଦୂମା ଓ ଇଶୀୟନ୍‍ ଓ ଯାନୁମ୍‍ ଓ ବେଥ୍-ତ୍ତପୂହ ଓ ଅଫେକା ଓ ହୁମ୍ଟା ଓ କିରୀୟଥ୍‍-ଅର୍ବ (ଏହାକୁ ହିବ୍ରୋଣ କହନ୍ତି) ଓ ସୀୟୋର, ଏସବୁ ଗ୍ରାମ ସମେତ ନଅ ନଗର।

ମାୟୋନ୍‍, କର୍ମିଲ ଓ ସୀଫ୍‍ ଓ ଯୁଟା ଓ ଯିଷ୍ରିୟେଲ ଓ ଯଗ୍‍ଦୀୟାମ୍‍ ଓ ସାନୋହ; କୟିନ ଓ ଗିବୀୟା ଓ ତିମ୍ନା; ଏସବୁ ଗ୍ରାମ ସମେତ ଦଶ ନଗର।

ହଲହୁଲ ଓ ବେଥ୍-ସୁର ଓ ଗଦୋର ଓ ମାରତ୍‍ ଓ ବେଥ୍-ଅନୋତ୍‍ ଓ ଇଲ୍‍ତକୋନ; ଏସବୁ ଗ୍ରାମ ସମେତ ଛଅ ନଗର।

କିରୀୟଥ୍‍-ବାଲ (ଏହାକୁ କିରୀୟଥ୍‍-ଯିୟାରୀମ୍‍ କହନ୍ତି) ଓ ରବ୍ବା; ଏଥିର ଗ୍ରାମ ସମେତ ଦୁଇ ନଗର।

ପ୍ରାନ୍ତରରେ ବେଥ୍-ଅରାବା, ମିଦ୍ଦୀନ୍‍ ଓ ସକାଖା ଓ ନିବ୍‍ଶନ୍‍ ଓ ଲବଣ ନଗର ଓ ଐନଗଦୀ; ଏସବୁ ଗ୍ରାମ ସମେତ ଛଅ ନଗର।

ମାତ୍ର ଯିହୁଦା-ସନ୍ତାନଗଣ ଯିରୂଶାଲମ ନିବାସୀ ଯିବୂଷୀୟମାନଙ୍କୁ ତଡ଼ିଦେଇ ପାରିଲେ ନାହିଁ; ଏହେତୁ ଯିବୂଷୀୟମାନେ ଅଦ୍ୟାବଧି ଯିହୁଦା-ସନ୍ତାନଗଣ ସହିତ ଯିରୂଶାଲମରେ ବାସ କରୁଅଛନ୍ତି।

Source notes (1)
  1. Footnote ଅର୍ଥାତ୍‍ ମୃତ୍ୟୁ ସାଗର

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.