Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ହିତୋପଦେଶ 2

ଜ୍ଞାନର ପୁରସ୍କାର

ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋʼ କଥା ଗ୍ରହଣ କର

ଓ ମୋʼ ଆଜ୍ଞାସବୁ ମନରେ ରଖ;

ଯଦି ଜ୍ଞାନ ଆଡ଼କୁ ତୁମ୍ଭ କର୍ଣ୍ଣ ଡେର

ଓ ବୁଦ୍ଧିରେ ମନୋନିବେଶ କର;

ହଁ, ଯଦି ତୁମ୍ଭେ ସୁବିବେଚନା ପ୍ରତି ଡାକ ପକାଅ

ଓ ବୁଦ୍ଧି ନିମନ୍ତେ ଉଚ୍ଚସ୍ୱର କର;

ଯଦି ରୂପା ନ୍ୟାୟ ତାକୁ ଖୋଜ

ଓ ପୋତା-ଧନ ପରି ତାହାର ଅନ୍ୱେଷଣ କର;

ତେବେ ତୁମ୍ଭେ ସଦାପ୍ରଭୁଙ୍କ ବିଷୟକ ଭୟ ବୁଝିବ

ଓ ପରମେଶ୍ୱରଙ୍କ ବିଷୟକ ତତ୍ତ୍ୱଜ୍ଞାନ ପାଇବ।

ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି,

ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।

ସେ ସତ୍ ଲୋକଙ୍କ ନିମନ୍ତେ ତତ୍ତ୍ୱଜ୍ଞାନ ସଞ୍ଚୟ କରନ୍ତି,

ସେ ସରଳାଚାରୀମାନଙ୍କର ଢାଲ ସ୍ୱରୂପ ଅଟନ୍ତି।

ଯେପରିକି ସେ ନ୍ୟାୟର ପଥ ରକ୍ଷା କରି ପାରିବେ

ଓ ଆପଣା ସାଧୁମାନଙ୍କ ଗତି ସମ୍ଭାଳିବେ।

ତହୁଁ ତୁମ୍ଭେ ଧାର୍ମିକତା, ସୁବିଚାର, ନ୍ୟାୟ

ଓ ମଙ୍ଗଳର ସମସ୍ତ ପଥ ଜାଣିବ।

କାରଣ ଜ୍ଞାନ ତୁମ୍ଭ ହୃଦୟରେ ପ୍ରବେଶ କରିବ,

ପୁଣି, ବିଦ୍ୟା ତୁମ୍ଭ ପ୍ରାଣର ତୁଷ୍ଟିକର ହେବ;

ପରିଣାମଦର୍ଶିତା ତୁମ୍ଭ ଉପରେ ପ୍ରହରୀ ହେବ,

ବୁଦ୍ଧି ତୁମ୍ଭକୁ ରକ୍ଷା କରିବ।

ତହିଁରେ ଯେଉଁମାନେ ଅବାଧ୍ୟ କଥା କହନ୍ତି,

ଯେଉଁମାନେ ଅନ୍ଧକାରମୟ ପଥରେ ଗତାୟାତ କରିବା ନିମନ୍ତେ

ସରଳ ମାର୍ଗ ପରିତ୍ୟାଗ କରନ୍ତି;

ଯେଉଁମାନେ କୁକ୍ରିୟା କରିବାକୁ ହୃଷ୍ଟ

ଓ ଦୁଷ୍ଟମାନଙ୍କ ଅବାଧ୍ୟତାରେ ଅନୁରକ୍ତ;

ଯେଉଁମାନେ ଆପଣା ଆପଣା ମାର୍ଗରେ କୁଟିଳ

ଓ ଆପଣା ଆପଣା ପଥରେ ବକ୍ରଗାମୀ,

ଏପରି କୁକର୍ମକାରୀମାନଙ୍କ ପଥରୁ ତୁମ୍ଭର ଉଦ୍ଧାର ହେବ।

ଆଉ, ଯେଉଁ ପରସ୍ତ୍ରୀ1 ଚାଟୁବାଦିନୀ, ଯେ ଆପଣା ଯୌବନ କାଳର ମିତ୍ରକୁ2 ତ୍ୟାଗ କରି

ଆପଣା ପରମେଶ୍ୱରଙ୍କ ନିୟମ ପାସୋରେ,

ଯାହାର ଗୃହ ମୃତ୍ୟୁୁ ଆଡ଼େ

ଓ ଯାହାର ପଥ ପରଲୋକ ଆଡ଼େ ଯାଏ,

ଯାହା ନିକଟକୁ ଗମନ କଲେ3 କେହି ଫେରି ଆସେ ନାହିଁ

ଓ ଜୀବନର ପଥ ଆଉ ଧରେ ନାହିଁ,

ଏପରି ପରସ୍ତ୍ରୀଠାରୁ ତୁମ୍ଭର ଉଦ୍ଧାର ହେବ।

ଏନିମନ୍ତେ ତୁମ୍ଭେ ସତ୍‍ଲୋକମାନଙ୍କ ମାର୍ଗରେ ଗମନ କର

ଓ ଧାର୍ମିକମାନଙ୍କ ପଥ ଅବଲମ୍ବନ କର,

ଯେହେତୁ ସରଳ ଲୋକମାନେ ଦେଶରେ ବାସ କରିବେ,

ପୁଣି, ସିଦ୍ଧ ଲୋକମାନେ ତହିଁରେ ସୁସ୍ଥିର ରହିବେ।

ମାତ୍ର ଦୁଷ୍ଟଗଣ ଦେଶରୁ ଉଚ୍ଛିନ୍ନ ହେବେ

ଓ ବିଶ୍ୱାସଘାତକମାନେ ତହିଁରୁ ଉତ୍ପାଟିତ ହେବେ।

Source notes (3)
  1. Footnote ଅର୍ଥାତ୍‍ ବେଶ୍ୟା
  2. Footnote ଅର୍ଥାତ୍‍ ତାହାର ସ୍ବାମୀକୁ
  3. Footnote ନିକଟକୁ ଗମନ କଲେ ଅର୍ଥାତ୍‍ ଶୟନ କରିବାକୁ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.