ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 100
ସ୍ତୁତିଗାନ
ଧନ୍ୟବାଦାର୍ଥକ ଗୀତ।
ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
ଆନନ୍ଦରେ ସଦାପ୍ରଭୁଙ୍କର ସେବା କର;
ଗାନ କରି ତାହାଙ୍କ ଛାମୁକୁ ଆସ।
ସଦାପ୍ରଭୁ ଯେ ପରମେଶ୍ୱର ଅଟନ୍ତି, ଏହା ତୁମ୍ଭେମାନେ ଜ୍ଞାତ ହୁଅ;
ସେ ଆମ୍ଭମାନଙ୍କୁ ନିର୍ମାଣ କରିଅଛନ୍ତି ଓ ଆମ୍ଭେମାନେ ତାହାଙ୍କର ଅଟୁ;
ଆମ୍ଭେମାନେ ତାହାଙ୍କର ଲୋକ ଓ ତାହାଙ୍କ ଚରାସ୍ଥାନର ମେଷ।
ଧନ୍ୟବାଦ କରୁ କରୁ ତାହାଙ୍କ ଦ୍ୱାରରେ
ଓ ପ୍ରଶଂସା କରୁ କରୁ ତାହାଙ୍କ ପ୍ରାଙ୍ଗଣରେ ପ୍ରବେଶ କର;
ତାହାଙ୍କର ସ୍ତବ କର ଓ ତାହାଙ୍କ ନାମର ଗୁଣାନୁବାଦ କର।
କାରଣ ସଦାପ୍ରଭୁ ମଙ୍ଗଳମୟ; ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
ଆଉ, ତାହାଙ୍କର ବିଶ୍ୱସ୍ତତା ପୁରୁଷାନୁକ୍ରମରେ ଥାଏ।
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY-SA 4.0 · SourceEdition imported 2026-10-25.