Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 111

ପରମେଶ୍ୱରଙ୍କ ସ୍ତୁତି

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ

ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି।

ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ,

ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି।

ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ;

ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ।

ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇଅଛନ୍ତି;

ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ।

ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି;

ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ।

ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ

ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଅଛନ୍ତି।

ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ,

ତାହାଙ୍କ ବିଧିସକଳ ଅଟଳ।

ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ;

ତାହାସବୁ ସତ୍ୟତା ଓ ସରଳତାରେ ସାଧିତ।

ସେ ଆପଣା ଲୋକମାନଙ୍କ ନିକଟକୁ ମୁକ୍ତି ପଠାଇଅଛନ୍ତି;

ସେ ଅନନ୍ତକାଳ ନିମନ୍ତେ ଆପଣା ନିୟମ ଆଜ୍ଞା କରିଅଛନ୍ତି;

ତାହାଙ୍କ ନାମ ପବିତ୍ର ଓ ଆଦରଣୀୟ।

ସଦାପ୍ରଭୁ ବିଷୟକ ଭୟ ଜ୍ଞାନର ଆରମ୍ଭ;

ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ;

ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.