Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 113

ମଙ୍ଗଳମୟ ପରମେଶ୍ୱରଙ୍କ ସ୍ତୁତି

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର,

ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର,

ସଦାପ୍ରଭୁଙ୍କ ନାମର ପ୍ରଶଂସା କର।

ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ।

ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ

ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ।

ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ

ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ।

ଯାହାଙ୍କର ଆସନ ଊର୍ଦ୍ଧ୍ୱରେ,

ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି,

ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ?

ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,

ଦରିଦ୍ରକୁ ଧୂଳିରୁ ଉଠାନ୍ତି ଓ ଦୀନହୀନକୁ ଖତରାଶିରୁ ଉତ୍ତୋଳନ କରନ୍ତି।

ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ

ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.