Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 121

ପରମେଶ୍ୱର ଆମ ରକ୍ଷକ

ଆରୋହଣ ଗୀତ।

ମୁଁ ପର୍ବତଗଣ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରିବି;

କେଉଁଠାରୁ ମୋହର ସାହାଯ୍ୟ ଆସିବ?

ମୋହର ସାହାଯ୍ୟ ସଦାପ୍ରଭୁଙ୍କଠାରୁ ଆସେ,

ସେ ଆକାଶ ଓ ପୃଥିବୀ ନିର୍ମାଣ କଲେ।

ସେ ତୁମ୍ଭ ଚରଣକୁ ବିଚଳିତ ହେବାକୁ ଦେବେ ନାହିଁ;

ଯେ ତୁମ୍ଭକୁ ରକ୍ଷା କରନ୍ତି, ସେ ଘୁମାଇବେ ନାହିଁ।

ଦେଖ, ଯେ ଇସ୍ରାଏଲକୁ ରକ୍ଷା କରନ୍ତି,

ସେ ଘୁମାଇବେ ନାହିଁ କି ନିଦ୍ରା ଯିବେ ନାହିଁ।

ସଦାପ୍ରଭୁ ତୁମ୍ଭର ରକ୍ଷକ;

ସଦାପ୍ରଭୁ ତୁମ୍ଭ ଦକ୍ଷିଣ ପାର୍ଶ୍ୱର ଛାୟା।

ଦିବସରେ ସୂର୍ଯ୍ୟ, କିଅବା

ରାତ୍ରିରେ ଚନ୍ଦ୍ର ତୁମ୍ଭକୁ ଆଘାତ କରିବ ନାହିଁ।

ସଦାପ୍ରଭୁ ସମସ୍ତ ଅମଙ୍ଗଳରୁ ତୁମ୍ଭକୁ ରକ୍ଷା କରିବେ;

ସେ ତୁମ୍ଭର ପ୍ରାଣକୁ ରକ୍ଷା କରିବେ।

ଆଜିଠାରୁ ସଦାକାଳ ସଦାପ୍ରଭୁ ତୁମ୍ଭର ବାହାରେ ଯିବାର

ଓ ଭିତରେ ଆସିବାର ରକ୍ଷା କରିବେ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.