Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 122

ଯିରୂଶାଲମର ପ୍ରଶଂସା

ଆରୋହଣ ଗୀତ; ଦାଉଦଙ୍କ ରଚିତ।

“ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,”

ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି।

ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ

ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି;

ହେ ଯିରୂଶାଲମ,

ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ;

ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ

ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା

ନିମନ୍ତେ ସେଠାରେ ଆରୋହଣ କରନ୍ତି।

କାରଣ ସେଠାରେ ବିଚାରାର୍ଥକ ସିଂହାସନ,

ଦାଉଦ-ବଂଶର ସିଂହାସନସବୁ ସ୍ଥାପିତ ଅଛି।

ଯିରୂଶାଲମର ଶାନ୍ତି ପାଇଁ ପ୍ରାର୍ଥନା କର;

ଯେଉଁମାନେ ତୁମ୍ଭକୁ ସ୍ନେହ କରନ୍ତି, ସେମାନେ ଅଶେଷ ଉନ୍ନତି କରିବେ।

ତୁମ୍ଭ ପ୍ରାଚୀର ମଧ୍ୟରେ ଶାନ୍ତି ବର୍ତ୍ତୁ

ଓ ତୁମ୍ଭ ଅଟ୍ଟାଳିକାସମୂହର ସୌଭାଗ୍ୟ ହେଉ।

ମୋହର ଭ୍ରାତୃଗଣ ଓ ମିତ୍ରଗଣ ସକାଶେ ମୁଁ ଏବେ

କହିବି, ତୁମ୍ଭ ମଧ୍ୟରେ ଶାନ୍ତି ବର୍ତ୍ତୁ।

ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ସକାଶେ

ମୁଁ ତୁମ୍ଭର ମଙ୍ଗଳ ନିମନ୍ତେ ପ୍ରାର୍ଥନା କରିବି।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.