ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 123
କୃପା ଭିକ୍ଷାର ପ୍ରାର୍ଥନା
ଆରୋହଣ ଗୀତ।
ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ,
ମୁଁ ତୁମ୍ଭଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରେ।
ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ
ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ;
ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର
ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ।
ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର;
କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ।
ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ
ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY-SA 4.0 · SourceEdition imported 2026-10-25.