Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 126

ମୁକ୍ତିର ସଙ୍ଗୀତ

ଆରୋହଣ ଗୀତ।

ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ1

ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ।

ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ

ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା;

ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ,

“ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।”

ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି;

ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ।

ହେ ସଦାପ୍ରଭୋ, ଦକ୍ଷିଣ ଦିଗର ସ୍ରୋତ ପରି

ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର।

ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ।

ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ,

ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।

Source notes (1)
  1. Footnote ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ କିମ୍ବା ଦାସତ୍ୱାବସ୍ଥାରୁ ସିୟୋନକୁ ଆଣିଲେ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.