Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 127

ମଙ୍ଗଳମୟ ସଦାପ୍ରଭୁଙ୍କ ସ୍ତୁତି

ଆରୋହଣ ଗୀତ; ଶଲୋମନଙ୍କ ରଚିତ।

ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି,

ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି;

ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି,

ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।

ତୁମ୍ଭେମାନେ ଯେ ପ୍ରଭାତରେ ଉଠ

ଓ ଏତେ ବିଳମ୍ବରେ ବିଶ୍ରାମ କର,

ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା।

କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।

ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର

ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର1।

ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।

ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;

ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ

ଲଜ୍ଜିତ ହେବେ ନାହିଁ।

Source notes (1)
  1. Footnote ପୁରସ୍କାର ଅର୍ଥାତ୍‍ ଆଶୀର୍ବାଦ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.