Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 128

ବାଧ୍ୟତାର ପୁରସ୍କାର

ଆରୋହଣ ଗୀତ।

ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି

ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ।

କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ;

ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ।

ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ;

ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।

ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ

ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ।

ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ;

ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।

ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ।

ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.