ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 13
ସହାୟତା ପାଇଁ ନିବେଦନ
ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।
ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ?
ତୁମ୍ଭେ କେତେ କାଳ ମୋʼ ଠାରୁ ଆପଣା ମୁଖ ଲୁଚାଇବ?
ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ
କେତେ କାଳ ମନେ ମନେ ପରାମର୍ଶ କରିବି?
କେତେ କାଳ ମୋʼ ଶତ୍ରୁ ମୋʼ ଉପରେ ଉଚ୍ଚୀକୃତ ହେବ?
ହେ ସଦାପ୍ରଭୋ, ମୋʼ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ;
ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;
କେଜାଣି ମୋʼ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,”
ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।
ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି;
ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି,
କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY-SA 4.0 · SourceEdition imported 2026-10-25.