ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 130
ସହାୟତା ପାଇଁ ପ୍ରାର୍ଥନା
ଆରୋହଣ ଗୀତ।
ହେ ସଦାପ୍ରଭୋ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି।
ହେ ପ୍ରଭୋ, ମୋʼ ରବ ଶୁଣ;
ତୁମ୍ଭ କର୍ଣ୍ଣ ମୋʼ ବିନତି-ରବରେ ମନୋଯୋଗ କରୁ।
ହେ ସଦାପ୍ରଭୋ, ତୁମ୍ଭେ ଯଦି ଅପରାଧସବୁ ଧରିବ,
ତେବେ ହେ ପ୍ରଭୋ, କିଏ ଠିଆ ହେବ?
ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ,
ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି।
ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋʼ ପ୍ରାଣ ଅପେକ୍ଷା କରୁଅଛି,
ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି।
ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋʼ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ;
ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।
ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ;
କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି
ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।
ପୁଣି, ସେ ଇସ୍ରାଏଲକୁ
ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY-SA 4.0 · SourceEdition imported 2026-10-25.