Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 136

ଧନ୍ୟବାଦ ସ୍ତୁତି

ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ଯେ ମହତ୍ ମହତ୍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ;

ତାହାଙ୍କର (ଧନ୍ୟବାଦ କର);

କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।

ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ତହିଁ ମଧ୍ୟଦେଇ ଇସ୍ରାଏଲକୁ ପାର କରାଇଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର);

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;

ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର;

କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.