Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 137

ନିର୍ବାସିତ ଇସ୍ରାଏଲୀୟମାନଙ୍କ ବିଳାପ

ଆମ୍ଭେମାନେ ବାବିଲୀୟ ନଦୀମାନର

ନିକଟରେ ସିୟୋନକୁ ସ୍ମରଣ କଲା ବେଳେ

ସେଠାରେ ବସିଲୁ ଓ ରୋଦନ କଲୁ।

ଆମ୍ଭେମାନେ ସେଠାସ୍ଥିତ ବାଇଶୀ ବୃକ୍ଷରେ ଆପଣା

ଆପଣା ବୀଣା ଟଙ୍ଗାଇ ରଖିଲୁ।

କାରଣ ଆମ୍ଭମାନଙ୍କୁ ବନ୍ଦୀ କରି ଘେନି ଯାଇଥିବା ଲୋକେ ଆମ୍ଭମାନଙ୍କଠାରୁ ଗୀତ ଶୁଣିବାକୁ ଚାହିଁଲେ,

ପୁଣି, ଆମ୍ଭମାନଙ୍କ ଉପଦ୍ରବୀଗଣ ଆମ୍ଭମାନଙ୍କଠାରୁ ଆନନ୍ଦ-ସ୍ୱର ଶୁଣିବାକୁ ଇଚ୍ଛା କରି କହିଲେ,

“ଆମ୍ଭମାନଙ୍କ ନିକଟରେ ସିୟୋନର ଗୋଟିଏ ଗୀତ ଗାନ କର।”

ଆମ୍ଭେମାନେ ବିଦେଶରେ

କିପରି କରି ସଦାପ୍ରଭୁଙ୍କ ଗୀତ ଗାନ କରିବା?

ହେ ଯିରୂଶାଲମ, ଯଦି ମୁଁ ତୁମ୍ଭକୁ ପାସୋରେ,

ତେବେ ମୋହର ଦକ୍ଷିଣ ହସ୍ତ ଆପଣା ବଜାଇବା କୌଶଳ ପାସୋରି ଯାଉ।

ଯଦି ମୁଁ ତୁମ୍ଭଙ୍କୁ ସ୍ମରଣ ନ କରେ,

ଯଦି ମୁଁ ଯିରୂଶାଲମକୁ ଆପଣା ପରମାନନ୍ଦରୁ ଅଧିକ ଭଲ ନ ମଣେ,

ତେବେ ମୋହର ଜିହ୍ୱା ମୋʼ ମୁଖର ତାଳୁରେ ଲାଗି ରହୁ।1

ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର;

ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”

ଆଗୋ ବିନାଶ୍ୟ ବାବିଲୀୟ କନ୍ୟେ,

ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଯେରୂପ କରିଅଛ,

ତୁମ୍ଭକୁ ସେହିରୂପ ପ୍ରତିଫଳ ଯେ ଦେବ, ସେ ଧନ୍ୟ।

ଯେଉଁ ଜନ ତୁମ୍ଭ ଶିଶୁଗଣକୁ ଧରି

ଶୈଳ ଉପରେ କଚାଡ଼ିବ, ସେ ଧନ୍ୟ।

Source notes (1)
  1. Footnote ଜିହ୍ୱା ମୋʼ ମୁଖର ତାଳୁରେ ଲାଗି ରହୁ। ମୁଁ ଆହୁରି ସଂଗୀତ ମଧ୍ୟ ଗାନ କରି ପାରିବି ନାହିଁ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.