Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 14

ମଣିଷର ଦୁଷ୍ଟତା

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ।

ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।”

ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି;

ସୁକର୍ମକାରୀ କେହି ନାହିଁ।

ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି

ଅଛି କି ନାହିଁ, ଏହା ଦେଖିବା ପାଇଁ

ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି।

ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି;

ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।

ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ?

ସେମାନେ ମୋʼ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି

ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।

ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ;

କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।

ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ,

ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।

ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ!

ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣନ୍ତି

ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.