ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 142
ସହାୟତା ପାଇଁ ପ୍ରାର୍ଥନା
ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍; ପ୍ରାର୍ଥନା।
ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ;
ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ;
ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ;
ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ।
ମୋହର ଆତ୍ମା ମୋʼ ଅନ୍ତରରେ ଉଦ୍ବିଗ୍ନ ହେବା ବେଳେ
ତୁମ୍ଭେ ମୋହର ମାର୍ଗ ଜାଣିଲ।
ମୋʼ ଗମନ ପଥରେ ସେମାନେ ମୋʼ ପାଇଁ
ଗୋପନରେ ଫାନ୍ଦ ପାତିଅଛନ୍ତି।
ମୋʼ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ;
ମୋତେ ଜାଣିବା ଲୋକ କେହି ନାହିଁ;
ମୋହର ଆଶ୍ରୟ ବିନଷ୍ଟ ହୋଇଅଛି;
ମୋʼ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ।
ହେ ସଦାପ୍ରଭୋ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ;
ମୁଁ କହିଲି, ତୁମ୍ଭେ ମୋହର ଆଶ୍ରୟ,
ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ।
ମୋʼ କାକୂକ୍ତିରେ ମନୋଯୋଗ କର;
କାରଣ ମୁଁ ଅତି ଅଧୋନତ ହୋଇଅଛି;
ମୋʼ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର;
କାରଣ ସେମାନେ ମୋʼ ଅପେକ୍ଷା ବଳବାନ।
କାରାଗାରରୁ ମୋʼ ପ୍ରାଣ ଉଦ୍ଧାର କର,
ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି;
ଧାର୍ମିକମାନେ ମୋତେ ବେଷ୍ଟନ କରିବେ;
କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY-SA 4.0 · SourceEdition imported 2026-10-25.