Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 148

ସଦାପ୍ରଭୁଙ୍କ ସ୍ତୁତି ପାଇଁ ବିଶ୍ୱକୁ ଆହ୍ୱାନ

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ତୁମ୍ଭେମାନେ ଆକାଶମଣ୍ଡଳରୁ ତାହାଙ୍କର ପ୍ରଶଂସା କର;

ଊର୍ଦ୍ଧ୍ୱ ସ୍ଥାନରେ ତାହାଙ୍କର ପ୍ରଶଂସା କର।

ହେ ତାହାଙ୍କର ଦୂତ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର;

ହେ ତାହାଙ୍କର ସୈନ୍ୟ ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

ହେ ସୂର୍ଯ୍ୟ ଓ ଚନ୍ଦ୍ର, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

ହେ ଦୀପ୍ତିମୟ ତାରା ସମସ୍ତେ, ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

ହେ ସ୍ୱର୍ଗର ସ୍ୱର୍ଗ ଓ ଗଗନୋପରିସ୍ଥ ଜଳସମୂହ,

ତୁମ୍ଭେମାନେ ତାହାଙ୍କର ପ୍ରଶଂସା କର।

ଏମାନେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ;

କାରଣ ସେ ଆଜ୍ଞା କରନ୍ତେ, ଏମାନେ ସୃଷ୍ଟ ହେଲେ।

ଆହୁରି, ସେ ସଦାକାଳ ପାଇଁ ଏମାନଙ୍କୁ ସ୍ଥାପନ କରିଅଛନ୍ତି;

ସେ ନିୟମ କରିଅଛନ୍ତି, ତାହା ଲୁପ୍ତ ହେବ ନାହିଁ।

ପୃଥିବୀରୁ ସଦାପ୍ରଭୁଙ୍କର ପ୍ରଶଂସା କର,

ହେ ତିମିଙ୍ଗିଳ ଓ ସକଳ ବାରିଧି;

ଅଗ୍ନି1 ଓ ଶିଳା, ହିମ ଓ ବାଷ୍ପ;

ତାହାଙ୍କ ବାକ୍ୟସାଧକ ପ୍ରଚଣ୍ଡ ବାୟୁ;

ପର୍ବତ ଓ ସକଳ ଉପପର୍ବତ;

ଫଳବାନ ବୃକ୍ଷ ଓ ସକଳ ଏରସ ବୃକ୍ଷ;

ବନ୍ୟ ଓ ସକଳ ଗ୍ରାମ୍ୟ ପଶୁ;

ଉରୋଗାମୀ ଓ ଉଡ୍ଡୀୟମାନ ପକ୍ଷୀଗଣ;

ପୃଥିବୀର ରାଜାଗଣ ଓ ସକଳ ଗୋଷ୍ଠୀ;

ଅଧିପତିଗଣ ଓ ପୃଥିବୀର ସକଳ ବିଚାରକର୍ତ୍ତା।

ଯୁବକ ଓ ଯୁବତୀମାନେ;

ବୃଦ୍ଧ ଓ ବାଳକମାନେ;

ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ;

କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ;

ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।

ସେ ଆପଣା ଲୋକମାନଙ୍କ ଶୃଙ୍ଗ ଉଠାଇଅଛନ୍ତି,

ତାହା ତାହାଙ୍କ ସଦ୍‍ଭକ୍ତମାନଙ୍କର

ଓ ତାହାଙ୍କ ନିକଟବର୍ତ୍ତୀ ଇସ୍ରାଏଲ-ସନ୍ତାନଗଣର ପ୍ରଶଂସାର ବିଷୟ।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Source notes (1)
  1. Footnote ଅଗ୍ନି ବିଜୁଳି

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.