Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 149

ସ୍ତୁତି ଭଜନ

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର

ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।

ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ;

ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।

ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ;

ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।

କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି;

ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।

ଭକ୍ତଗଣ ବିଜୟରେ1 ଉଲ୍ଲସିତ ହେଉନ୍ତୁ;

ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ।

ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;

ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ।

ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ,

ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,

ସେମାନଙ୍କ ରାଜାଗଣକୁ ଶିକୁଳିରେ

ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,

ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ,

ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

Source notes (1)
  1. Footnote ବିଜୟରେ ଗୌରବରେ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.