Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 150

ପରମେଶ୍ୱରଙ୍କ ସ୍ତୁତିଗାନ

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର;

ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର;

ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର।

ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର।

ତୂରୀଧ୍ୱନିରେ ତାହାଙ୍କର ପ୍ରଶଂସା କର;

ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।

ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର।

ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।

ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର;

ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର;

ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ।

ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.