Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 29

ସଦାପ୍ରଭୁଙ୍କ ରବର ପରାକ୍ରମ

ଦାଉଦଙ୍କର ଗୀତ।

ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର,

ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।

ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର;

ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର।

ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି;

ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି,

ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।

ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ;

ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ।

ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ;

ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।

ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି;

ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।

ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ।

ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ;

ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।

ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ

ଓ ବନସମୂହକୁ ବିବସ୍ତ୍ର କରେ;

ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ “ଗୌରବ, ଗୌରବ” ବୋଲି କହନ୍ତି।

ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ;

ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।

ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ;

ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.