ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 61
ସୁରକ୍ଷା ପାଇଁ ପ୍ରାର୍ଥନା
ପ୍ରଧାନ ବାଦ୍ୟକର ନିମନ୍ତେ ତାରଯୁକ୍ତ ଯନ୍ତ୍ରରେ ଦାଉଦଙ୍କର ଗୀତ।
ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ;
ମୋʼ ପ୍ରାର୍ଥନାରେ ମନୋଯୋଗ କର।
ମୋʼ ମନ ଉଦ୍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି;
ମୋʼ ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ।
କାରଣ ତୁମ୍ଭେ ମୋʼ ନିମନ୍ତେ ଆଶ୍ରୟ
ଓ ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ।
ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି;
ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି।
କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ;
ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ।
ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ;
ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ।
ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ;
ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର।
ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି
ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି।
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY-SA 4.0 · SourceEdition imported 2026-10-25.