Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 70

ସାହାଯ୍ୟ ପାଇଁ ପ୍ରାର୍ଥନା

ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ; ସ୍ମରଣୋପାୟ।

ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ;

ହେ ସଦାପ୍ରଭୋ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ।

ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ;

ମୋʼ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରିଯାଇ ଅପମାନିତ ହେଉନ୍ତୁ।

ଯେଉଁମାନେ “ହଁ, ହଁ” ବୋଲି କହନ୍ତି,

ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।

ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ;

ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି,

ସେମାନେ “ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ,

ମାତ୍ର ମୁଁ ଦରିଦ୍ର ଓ ଦୀନହୀନ;

ହେ ପରମେଶ୍ୱର, ମୋʼ ପକ୍ଷରେ ସତ୍ୱର ହୁଅ;

ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ;

ହେ ସଦାପ୍ରଭୋ, ବିଳମ୍ବ କର ନାହିଁ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.