ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ
ଗୀତସଂହିତା 93
ସଦାପ୍ରଭୁ ହିଁ ରାଜା
ସଦାପ୍ରଭୁ ରାଜ୍ୟ କରନ୍ତି; ସେ ମହିମାରେ ବସ୍ତ୍ରାନ୍ୱିତ;
ସଦାପ୍ରଭୁ ବସ୍ତ୍ରାନ୍ୱିତ ହୋଇ ବଳରେ ଆପଣା କଟି ବାନ୍ଧି ଅଛନ୍ତି;
ଜଗତ ମଧ୍ୟ ଏପରି ସ୍ଥାପିତ ଯେ, ତାହା ବିଚଳିତ ହୋଇ ନ ପାରେ।
ତୁମ୍ଭ ସିଂହାସନ ପୂର୍ବଠାରୁ ସ୍ଥାପିତ;
ତୁମ୍ଭେ ଅନାଦିକାଳରୁ ବିଦ୍ୟମାନ।
ହେ ସଦାପ୍ରଭୋ, ନଦୀସକଳ ବଢ଼ି ଉଠିଅଛନ୍ତି,
ନଦୀସବୁ ଆପଣା ଆପଣା ଧ୍ୱନି ଉଠାଇଅଛନ୍ତି;
ନଦୀସବୁ ଆପଣା ଆପଣା ତରଙ୍ଗ ଉଠାନ୍ତି।
ଜଳରାଶିର ଧ୍ୱନି
ଓ ସମୁଦ୍ରର ପ୍ରବଳ ତରଙ୍ଗ ଅପେକ୍ଷା
ଊର୍ଦ୍ଧ୍ୱସ୍ଥ ସଦାପ୍ରଭୁ ବଳବାନ।
ତୁମ୍ଭର ପ୍ରମାଣ-ବାକ୍ୟ ଅତି ନିଶ୍ଚିତ;
ହେ ସଦାପ୍ରଭୋ, ପବିତ୍ରତା ସର୍ବଦା ତୁମ୍ଭ ଗୃହର ଶୋଭା।
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.
Full source notice & licence · CC BY-SA 4.0 · SourceEdition imported 2026-10-25.