Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 98

ସଦାପ୍ରଭୁ ହିଁ ଜଗତର ଶାସନକର୍ତ୍ତା

ଗୀତ।

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର;

କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି;

ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି।

ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି;

ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି।

ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି;

ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି।

ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର;

ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର।

ବୀଣା ଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ

ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।

ତୂରୀ ଓ ଭେରୀ ନାଦରେ

ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ୱନି କର।

ସମୁଦ୍ର ଓ ତହିଁର ପୂର୍ଣ୍ଣତା,

ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;

ନଦ-ନଦୀଗଣ କରତାଳି ଦେଉନ୍ତୁ;

ପର୍ବତଗଣ ଏକ ସଙ୍ଗେ ଆନନ୍ଦଗାନ କରନ୍ତୁ;

ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ,

କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି;

ସେ ଧର୍ମରେ ଜଗତର

ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.