Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ଗୀତସଂହିତା 99

ସଦାପ୍ରଭୁ ହିଁ ରାଜାଧିରାଜ

ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ;

ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ।

ସଦାପ୍ରଭୁ ସିୟୋନରେ ମହାନ

ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ।

ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ;

ସେ ପବିତ୍ର ଅଟନ୍ତି।

ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ;

ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ,

ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ।

ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର

ଓ ତାହାଙ୍କ ପାଦପୀଠରେ ପ୍ରଣାମ କର;

ସେ ପବିତ୍ର ଅଟନ୍ତି।

ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ

ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ;

ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।

ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ;

ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ।

ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ।

ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ

ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ।

ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର

ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର;

କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.