Skip to content
BibleKenya

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ

ପରମ ଗୀତ 7

ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର।

ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ।

ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ;

ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ।

ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ।

ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ;

ତୁମ୍ଭ ନେତ୍ରଯୁଗଳ ବେଥ୍‍-ରବ୍ବୀମ ନଗର-ଦ୍ୱାର ନିକଟସ୍ଥ ହିଷ୍‍ବୋନ ସରୋବର ସଦୃଶ;

ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ।

ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ,

ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ;

ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି।

ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ!

ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ

ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ।

ମୁଁ କହିଲି, “ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି,

ମୁଁ ତହିଁର ବାହୁଙ୍ଗା ଧରିବି;”

ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ;

ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ;

ତୁମ୍ଭର ମୁଖ1 ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ,

ତାହା ମୋʼ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ,

ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ2 ଧୀରେ ଧୀରେ ଚାଲିଯାଏ।

ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋʼ ପ୍ରତି ଅଛି।

କନ୍ୟାର ପ୍ରେମ ପ୍ରଦାନ

ଆସ, ମୋʼ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ;

ଆମ୍ଭେମାନେ ପଲ୍ଲୀଗ୍ରାମରେ3 କାଳ କ୍ଷେପଣ କରୁ।

ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ;

ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ

ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ;

ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି।

ଦୂଦାଫୁଲ ସୁବାସ ଦେଉଅଛି,

ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି,

ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି।

Source notes (3)
  1. Footnote ମୁଖ କିମ୍ବା ଚୁମ୍ବନ
  2. Footnote ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ କିଅବା ନିଦ୍ରିତ ଲୋକମାନଙ୍କ ଓଷ୍ଠାଧରରେ
  3. Footnote ପଲ୍ଲୀଗ୍ରାମରେ କିଅବା ହେନା ବୁଦାରେ କିମ୍ବା ବନ୍ୟ ପୁଷ୍ପରେ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ. Copyright © 2017, 2019, 2021 Bridge Connectivity Solutions. Licensed under CC BY-SA 4.0. Source: eBible.org. Typeset from the source files; no intended changes to scripture wording. BibleKenya is not endorsed by the rights holder.

Full source notice & licence · CC BY-SA 4.0 · SourceEdition imported 2026-10-25.

BibleKenya

Reader settings

Theme
Font
Alignment
Reading width

Saved in this browser and used offline too. Press ? for keyboard shortcuts.